୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

69

ଭୁବନେଶ୍ୱର : ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ତଥା ସଂଲଗ୍ନ ଉତର-ପଶ୍ଚିମ ଏବଂ ଉତର-ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼,ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ,ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ମଧ୍ୟରେ ଗଜପତି,ଗଂଜାମ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ , ଗଜପତି, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ , ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Comments are closed.