ରାଜ୍ୟରେ ଗୋଟିଏ ଦିନରେ ୨୩୩୪ କରୋନା ଆକ୍ରାନ୍ତ ଚିହ୍ନଟ

72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୭୪୭୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୦୬୫୧୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୬୩୬୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୩୩୪ ଜଣଙ୍କ ମଧ୍ୟରୁ ୧୩୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୯୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.