କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୨,୭୬୬ ନୂଆ ମାମଲା

72

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୨,୭୬୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୨୦୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭,୯୫,୭୧୬ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୫୫,୦୩୩ ଥିବା ବେଳେ ବର୍ତମାନ ସୁଦ୍ଧା ୪,୫୫,୦୩୩ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୫୫,୨୨୫ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୨,୯୦,୪୧,୯୭୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.