ରାଜ୍ୟରେ କରୋନାରେ ଆଉ ୫୮ ଜଣଙ୍କର ମୃତ୍ୟୁ

70

-ମୋଟ ମୃତ୍ୟୁ ସଂଖ୍ୟା ୪୫୩୪ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୫୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୫୩୪ ହୋଇ ଯାଇଛି ।

ଗତ ୨୪ ଘଂଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଅପରପକ୍ଷରେ ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁରରୁ ୪, କେନ୍ଦ୍ରାପଡ଼ାରୁ ୩, କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Comments are closed.