ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତିପ୍ରସ୍ତର ସ୍ଥାପନ

72

-ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ହେବ ସମର୍ପିତ: ପ୍ରଣବ

ଭୁବନେଶ୍ୱର : ଆଜି ପବିତ୍ର ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ନୂତନ କାର୍ଯ୍ୟାଳୟ ପାଇଁ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ସେ ଏହି ଅବସରରେ କହିଛନ୍ତି ଯେ ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ । ଏହା କେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଓଡ଼ିଶା ସ୍ୱାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ ।

ସମସ୍ତଙ୍କ ବିପୁଳ ସମର୍ଥନ ଯୋଗୁଁ କୋଟିଏରୁ ଅଧିକ ସଦସ୍ୟ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଦଳର ଯୁବ ଓ ଛାତ୍ର ଶ୍ରମଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଏହା ମାଧ୍ୟମରେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ଆହ୍ୱାନ କରୁଛି ।

ଏହି ଶୁଭ ଅବସରରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ପଦକ୍ଷେପକୁ ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଯେ ପ୍ରତ୍ୟେକ ବିଜେଡ଼ି ସଦସ୍ୟ ଏବଂ ପ୍ରେମୀଙ୍କ ତରଫରୁ ମୁଁ କୃତଜ୍ଞତା ଓ ଅଭିନନ୍ଦନ ଜଣାଉଛି । ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତା ନିଜକୁ ସମର୍ପିତ କରିବେ ।

Comments are closed.