ରାଜ୍ୟରେ ଗୋଟିଏ ଦିନରେ ୧୯୩୦ କରୋନା ଆକ୍ରାନ୍ତ ଚିହ୍ନଟ

64

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୩୬୭୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୩୬୭୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୧୫୪୦୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୩୪୯୨ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୯୩୦ ଜଣଙ୍କ ମଧ୍ୟରୁ ୧୧୧୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୧୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୩୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୩୪ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୨୨୦, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୨ ଜଣ, ଗଜପତି ଜିଲ୍ଲାରୁ ୪ , ଗଞ୍ଜାମରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭୫ ଜଣ, ଯାଜପୁରରୁ ୧୨୫ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୨୭ ଜଣ. କେନ୍ଦ୍ରାପଡ଼ାରୁ ୧୨୩ ଜଣ, କେନ୍ଦୁଝରରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୩୧ ଜଣ, କୋରାପୁଟରୁ ୧୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୮ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୯୮ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୫୮ ଜଣ, ନୂଆପଡ଼ାରୁ ୦୨ ଜଣ, ପୁରୀରୁ ୨୭ ଜଣ, ରାୟଗଡ଼ାରୁ ୩୪ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୫ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୯୪ ଜଣ ଓ ଷ୍ଟେଟ୍ ପୁଲରୁ ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.