ବିଜେଡି ନୂଆ କାର୍ଯ୍ୟାଳୟର ପଡ଼ିଲା ମୂଳଦୁଆ

69

ଭୁବନେଶ୍ୱର : ପବିତ୍ର ରଥଯାତ୍ରାରେ ବିଜୁ ଜନତା ଦଳର ଅତ୍ୟାଧୁନିକ ବ୍ୟବସ୍ଥାରେ ନିର୍ମାଣ ହେବାକୁ ଥିବା ବିଜେଡି ରାଜ୍ୟ ମୁଖ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢେ ଚାରି କୋଟି ଓଡ଼ିଆଙ୍କ ସେବାରେ ସମର୍ପିତ ହେବ କାର୍ଯ୍ୟଳୟ । ଗତ ୨୩ ବର୍ଷ ଭିତରେ ଓଡିଶାବାସୀଙ୍କ ନିକଟରେ ବିଜୁ ଜନତା ଦଳ ଆଶା ଓ ବିଶ୍ୱାସର ପ୍ରତୀକ ହୋଇ ଛିଡ଼ା ହୋଇଛି । ଯୁବ, ଛାତ୍ର, ମହିଳା, କୃଷକ, ସଂଖାଲଘୁ, ଅନୁସୂଚିତ ଜାତି ଓ ଜନଜାତି,ପଛୁଆ ବର୍ଗ ସମସ୍ତଙ୍କୁ ନେଇ ବିଜେଡ଼ିର ସଭ୍ୟ ସଂଖ୍ୟା ୧ କୋଟିରୁ ଊଦ୍ଧ୍ୱର୍ରେ ପହଞ୍ଚିଛି ।

ରଥଯାତ୍ରା ଅବସରରେ ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ବିଜୁ ଜନତା ଦଳର ସମସ୍ତ ଶାଖା କାର୍ଯ୍ୟକ୍ଷମ ହେବ । ଏହା ସହିତ ରକ୍ତଦାନ ଓ ଅନ୍ୟାନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଇଁ ବ୍ୟବସ୍ଥା କରାଯିବ । ବିଜୁ ଯୁବ ଓ ଛାତ୍ର ନିଜର ଘର ଭାବି ଏହି କାର୍ଯ୍ୟକ୍ରମରେ ଶ୍ରମ ଦାନ କରିବେ । କାର୍ଯ୍ୟାଳୟ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ବିଜୁ ଜନତା ଦଳର ସମସ୍ତ କର୍ମକର୍ତ୍ତା ସମର୍ପଣ କରିବେ ବୋଲି ବୋଲି କହିଛନ୍ତି ବିଜେଡ଼ି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ୍ ।

ସେପଟେ ଗତ ୨୩ ବର୍ଷ ପରେ ବିଜେଡ଼ି ମୁଖ୍ୟାଳୟ ନୂଆ ରୂପ ନେବାକୁ ଯାଉଛି । ଆଜି ତାହାର ଭୂମିପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଆମ ସମସ୍ତଙ୍କ ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ରାଜ୍ୟ କାର୍ଯ୍ୟାଳୟଠୁ ଆରମ୍ଭକରି ୩୦ଟି ଜିଲ୍ଲାର ସଦର ମହକୁମାରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥାପନ କରାଯିବ । ଅତ୍ୟାଧୁନିକ ଜ୍ଞାନକୌଶଳ ସହିତ ଏହି ନିର୍ମାଣ କାର୍ଯ୍ୟ ହେବ । ଏହାକୁ ୩ଟି ମହଲା ଭିତରେ ସଂକ୍ଷିପ୍ତ ରଖାଯିବ । ଏହାର ବାସ୍ତୁ ଓ ନିର୍ମାଣକୁ ସ୍ୱତନ୍ତ୍ର ଭାବେ କରାଯାଇଛି ଯେଉଁଥିରେ ଓଡ଼ିଶାର ସ୍ଥାପତ୍ୟ ଓ କଳାକୁ ଗୁରୁତ୍ୱ ଦିଆଯିବ । ଏହା ଭିତରେ ଏକ ବଡ଼ ଅଡ଼ିଟୋରିୟମ ଓ ରିଟର୍ଣ୍ଣିଂ ରୁମ୍ କରାଯିବାର ବ୍ୟବସ୍ଥା ରଖାଯାଇଛି । ଭୂମି ପୂଜନରେ ଦଳର ଛାମୁଆ ନେତା, ମନ୍ତ୍ରୀ ଓ ବରିଷ୍ଠ ସଦସ୍ୟ ଉପସ୍ଥିତ ଥିଲେ ।

Comments are closed.