କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୧,୪୪୩ ନୂଆ ମାମଲା

57

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୧,୪୪୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୦,୬୩,୭୨୦ ହୋଇ ଯାଇଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୩୨,୭୭୮ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୦,୭୮୪ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୪୦,୩୨୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୩,୪୦,୫୮,୧୩୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.