ରାଜ୍ୟରେ ଗୋଟିଏ ଦିନରେ ୨୦୭୪ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୦୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୧୮୦୪୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୨୮୬୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୦୭୪ ଜଣଙ୍କ ମଧ୍ୟରୁ ୧୧୯୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୮୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୪୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧୫ ଜଣ, ବରଗଡ଼ରୁ ୩୮ ଜଣ, ଭଦ୍ରକରୁ ୧୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୨, କଟକରୁ ୨୮୩, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୯ ଜଣ, ଯାଜପୁରରୁ ୧୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫୮ ଜଣ, କେନ୍ଦୁଝରରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୪୩ ଜଣ, କୋରାପୁଟରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୧୫ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୫୮ ଜଣ, ନୂଆପଡ଼ାରୁ ୦୪ ଜଣ, ପୁରୀରୁ ୧୩୩ ଜଣ, ରାୟଗଡ଼ାରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୫୬ ଜଣ ଓ ଷ୍ଟେଟ୍ ପୁଲରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.