ରାଜ୍ୟରେ କରୋନାରେ ଆଉ ୬୫ ଜଣଙ୍କର ମୃତ୍ୟୁ

60

-ମୋଟ ମୃତ୍ୟୁ ସଂଖ୍ୟା ୪୭୯୫ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୭୯୫ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ବରଗଡ ଜିଲ୍ଲାରୁ ୧୦ ଜଣ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ତଥା ପୁରୀ ଜିଲ୍ଲାରୁ ୬ ଜଣ ମୃତ୍ୟୁବରଣ କରିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୩ ଜଣ, ବାଲେଶ୍ୱର, ଗଂଜାମ, ଝାରସୁଗୁଡା, କନ୍ଧମାଳ, ମୟୁରଭଂଜ ଜିଲ୍ଲାରୁ ୨-୨ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି ।

Comments are closed.