ରାଜ୍ୟରେ ଗୋଟିଏ ଦିନରେ ୨୧୧୦ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୭୮୫୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୧୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୭୮୫୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୨୦୬୪୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୨୨୯୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୦୭୪ ଜଣଙ୍କ ମଧ୍ୟରୁ ୧୨୧୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୯୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୫୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬୮ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୬, କଟକରୁ ୩୨୩, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ ଜଣ, ଗଜପତି ଜିଲ୍ଲାରୁ ୧୧ , ଗଞ୍ଜାମରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୭ ଜଣ, ଯାଜପୁରରୁ ୯୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ. କେନ୍ଦ୍ରାପଡ଼ାରୁ ୧୩୨ ଜଣ, କେନ୍ଦୁଝରରୁ ୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୫୮ ଜଣ, କୋରାପୁଟରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୭୪ ଜଣ, ନୂଆପଡ଼ାରୁ ୦୨ ଜଣ, ପୁରୀରୁ ୧୧୩ ଜଣ, ରାୟଗଡ଼ାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୯ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ ପୁଲରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.