କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୧,୮୦୬ ନୂଆ ମାମଲା

75

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୧,୮୦୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୮୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୯,୮୭,୮୮୦ ହୋଇଯାଇଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୩୨,୦୪୧ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୧,୯୮୯ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୪୩,୪୮୮ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୩,୮୦,୧୧,୯୫୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.