ରାଜ୍ୟରେ ଗୋଟିଏ ଦିନରେ ୨୦୭୦ କରୋନା ଆକ୍ରାନ୍ତ ଚିହ୍ନଟ

71

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୯୯୨୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୦୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୯୯୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୨୩୨୦୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୧୭୪୨ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୦୭୦ ଜଣଙ୍କ ମଧ୍ୟରୁ ୧୧୯୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୭୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୪୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭୬ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୧, କଟକରୁ ୩୧୯, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ ଜଣ, ଗଜପତି ଜିଲ୍ଲାରୁ ୬, ଗଞ୍ଜାମରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୭ ଜଣ, ଯାଜପୁରରୁ ୧୩୬ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୨ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୭୭ ଜଣ, କେନ୍ଦୁଝରରୁ ୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୪୬ ଜଣ, କୋରାପୁଟରୁ ୨୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୮୧ ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ରୁ ୫୯ ଜଣ, ନୂଆପଡ଼ାରୁ ୦୭ ଜଣ, ପୁରୀରୁ ୧୧୦ ଜଣ, ରାୟଗଡ଼ାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୬୬ ଜଣ ଓ ଷ୍ଟେଟ୍ ପୁଲରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.