ରାଜ୍ୟରେ କରୋନାରେ ଆଉ ୬୭ ଜଣଙ୍କର ମୃତ୍ୟୁ

67

-ମୋଟ ମୃତ୍ୟୁ ସଂଖ୍ୟା ୪୯୯୨ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୯୯୨ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଥିବା ବେଳେ ବରଗଡ ଜିଲ୍ଲାରୁ ୧୦ ଜଣ ମୃତ୍ୟୁବରଣ କରିଛନ୍ତି ।ଏହାଛଡ଼ା ଗଞ୍ଜାମ ଜିଲ୍ଲାରୁ ୮ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ପ୍ରାଣ ହରାଇଛନ୍ତି । ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ବରଗଡ଼ରୁ ୪ ଓ ନୟାଗଡ଼ରୁ ୩ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Comments are closed.