ରାଜ୍ୟରେ ଗୋଟିଏ ଦିନରେ ୨୨୧୫ କରୋନା ଆକ୍ରାନ୍ତ ଚିହ୍ନଟ

73

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୪୩୨୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୨୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୪୩୨୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୨୭୯୨୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୧୨୮୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୨୧୫ ଜଣଙ୍କ ମଧ୍ୟରୁ ୧୨୭୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୮୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୦ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୬, କଟକରୁ ୩୪୮, ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୪ ଜଣ, ଗଜପତି ଜିଲ୍ଲାରୁ ୧୭, ଗଞ୍ଜାମରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨୬ ଜଣ, ଯାଜପୁରରୁ ୧୨୪ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୯୫ ଜଣ, କେନ୍ଦୁଝରରୁ ୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୮୩ ଜଣ, କୋରାପୁଟରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୬୯ ଜଣ, ନୂଆପଡ଼ାରୁ ୦୫ ଜଣ, ପୁରୀରୁ ୮୪ ଜଣ, ରାୟଗଡ଼ାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୧ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪୩ ଜଣ ଓ ଷ୍ଟେଟ୍ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.