କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୧,୧୫୭ ନୂଆ ମାମଲା

73

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୧,୧୫୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୧୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୨୨,୬୬୦ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୩,୬୦୯ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୩୬,୭୦୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୪,୩୯,୫୮,୬୬୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.