ରାଜ୍ୟରେ ଗୋଟିଏ ଦିନରେ ୨୦୮୫ କରୋନା ଆକ୍ରାନ୍ତ ଚିହ୍ନଟ

59

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୮୦୫୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୦୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୮୦୫୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୩୨୬୬୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୦୧୬୮ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୦୮୫ ଜଣଙ୍କ ମଧ୍ୟରୁ ୧୧୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୯୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୨୮ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧୩ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୧୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୦୨, କଟକରୁ ୩୩୫, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୧ ଜଣ, ଗଜପତି ଜିଲ୍ଲାରୁ ୧୯, ଗଞ୍ଜାମରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୮ ଜଣ, ଯାଜପୁରରୁ ୧୩୨ ଜଣ, ଝାରସୁଗୁଡ଼ାରୁ ୦୨ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୯୪ ଜଣ, କେନ୍ଦୁଝରରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୫୨୮ ଜଣ, କୋରାପୁଟରୁ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୮୪ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୬୦ଜଣ, ନୂଆପଡ଼ାରୁ ୦୫ ଜଣ, ପୁରୀରୁ ୧୦୬ ଜଣ, ରାୟଗଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୬ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ ଓ ଷ୍ଟେଟ୍ ପୁଲରୁ ୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.