୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

62

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏଥିପାଇଁ ୨୩ ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଖୋର୍ଦ୍ଧା, ପୁରୀ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, କନ୍ଧମାଳ, ଯାଜପୁର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଢ଼େଙ୍କାନାଳ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୨ ତାରିଖରୁ ୨୩ ତାରିଖ ମଧ୍ୟରେ ୧୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡିକ ହେଲା ସମ୍ବଲପୁର , ଦେବଗଡ, ସନ୍ଦରଗଡ, ଅନୁଗୁଳ ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ , ବାଲେଶ୍ୱର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ପୁରୀ, ଖୋର୍ଦ୍ଧା , ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.