ରାଜ୍ୟରେ ଗୋଟିଏ ଦିନରେ ୧୯୪୮ କରୋନା ଆକ୍ରାନ୍ତ ଚିହ୍ନଟ

69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୧୯୩୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୩୬୯୫୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୯୬୨୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୯୪୮ ଜଣଙ୍କ ମଧ୍ୟରୁ ୧୧୨୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୨୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୮୦ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୦୪, କଟକରୁ ୨୭୯, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୪, ଗଞ୍ଜାମରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୩ ଜଣ, ଯାଜପୁରରୁ ୧୧୫ ଜଣ, ଝାରସୁଗୁଡ଼ାରୁ ୦୬ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୧୨ ଜଣ, କେନ୍ଦୁଝରରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୮୦ ଜଣ, କୋରାପୁଟରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୬୬ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୮୮ ଜଣ, ନୂଆପଡ଼ାରୁ ୦୨ ଜଣ, ପୁରୀରୁ ୮୩ ଜଣ, ରାୟଗଡ଼ାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୫ ଜଣ, ସୋନପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍ ପୁଲରୁ ୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.