ରାଜ୍ୟରେ କରୋନାରେ ଆଉ ୬୯ ଜଣଙ୍କର ମୃତ୍ୟୁ

61

-ମୋଟ ମୃତ୍ୟୁ ସଂଖ୍ୟା ୫୩୭୭ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୫୩୭୭ ହୋଇ ଯାଇଛି ।

ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୨୬ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୧୫ ଜଣ ଅଛନ୍ତି । ବାଲେଶ୍ୱର ଜିଲ୍ଲାରେ ୧୦ ଜଣ, ସମ୍ବଲପୁର ଜିଲ୍ଲାରେ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ୬ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ବରଗଡ ଜିଲ୍ଲାରେ ୫ ଜଣ, ସୁନ୍ଦରଗଡ ଜିଲ୍ଲାରେ ୪ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର, ଝାରସୁଗୁଡା, କଂଧମାଳ, ରାୟଗଡା ଜିଲ୍ଲାରେ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ, ନୂଆପଡା, ସୁବର୍ଣପୁର ଜିଲ୍ଲାରେ ଜଣେ ଲେଖାଏ ମୃତ୍ୟୁବରଣ କରିଥିବା ଜଣା ପଡିଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି ।

Comments are closed.