କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୫,୩୪୨ନୂଆ ମାମଲା

73

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୫,୩୪୨ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୮୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୦୫,୫୧୩ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୯,୪୭୦ଜଣ ମୃତ୍ୟୁବରଣ କରିଛନ୍ତି ।

ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୬୧,୫୬୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୫,୨୯,୩୯,୫୪୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.