ରାଜ୍ୟରେ ଗୋଟିଏ ଦିନରେ ୧୮୬୪ କରୋନା ଆକ୍ରାନ୍ତ ଚିହ୍ନଟ

60

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୮୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୪୧୨୦୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୯୦୧୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୮୬୪ ଜଣଙ୍କ ମଧ୍ୟରୁ ୧୦୮୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୮୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୯୬ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧୪ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୦୩, କଟକରୁ ୨୨୧, ଦେବଗଡ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୪ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୯ ଜଣ, ଯାଜପୁରରୁ ୧୦୭ ଜଣ, ଝାରସୁଗୁଡ଼ାରୁ ୦୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୫୯ ଜଣ, କେନ୍ଦୁଝରରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୯୬ ଜଣ, କୋରାପୁଟରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩୪ ଜଣ, ନୂଆପଡ଼ାରୁ ୦୬ ଜଣ, ପୁରୀରୁ ୫୯ ଜଣ, ରାୟଗଡ଼ାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୪ ଜଣ, ସୋନପୁରରୁ ୦୬ ଜଣ, ସୁନ୍ଦରଗଡ଼ରୁ ୫୬ ଜଣ ଓ ଷ୍ଟେଟ୍ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.