କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୯,୦୯୭ ନୂଆ ମାମଲା

93

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୯,୦୯୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୪୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୦୮,୯୭୭ ଥିବା ବେଳେ ବର୍ତମାନ ସୁଦ୍ଧା ୪,୨୦,୦୧୬ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୧,୨୬୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୫,୪୫,୭୦,୮୧୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.