ରାଜ୍ୟରେ ଗୋଟିଏ ଦିନରେ ୧୮୩୩ କରୋନା ଆକ୍ରାନ୍ତ ଚିହ୍ନଟ

62

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୪୩୦୬୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୮୯୧୪ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୮୩୩ ଜଣଙ୍କ ମଧ୍ୟରୁ ୧୦୬୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୯୦ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୨୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୪୩, ଦେବଗଡ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ ଜଣ, ଗଜପତି ଜିଲ୍ଲାରୁ ୧୬ , ଗଞ୍ଜାମରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୧ ଜଣ, ଯାଜପୁରରୁ ୧୧୦ ଜଣ, ଝାରସୁଗୁଡ଼ାରୁ ୦୮ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, କେନ୍ଦୁଝରରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୯୦ ଜଣ, କୋରାପୁଟରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍ ପୁଲରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.