ରାଜ୍ୟରେ କରୋନାରେ ଆଉ ୬୨ ଜଣଙ୍କର ମୃତ୍ୟୁ

65

-ମୋଟ ମୃତ୍ୟୁ ସଂଖ୍ୟା ୫୫୭୪ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୫୫୭୪ ହୋଇ ଯାଇଛି ।

ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୨ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୨୫ ଜଣ ଅଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୧୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୪ଜଣ ମୃତ୍ୟୁବରଣ କରିଛନ୍ତି । ଯାଜପୁର ଜିଲ୍ଲାରେ ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଂଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛିା

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Comments are closed.