ରାଜ୍ୟରେ ଗୋଟିଏ ଦିନରେ ୧୬୩୭ କରୋନା ଆକ୍ରାନ୍ତ ଚିହ୍ନଟ

63

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୬୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୪୫୧୭୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୮୩୮୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୬୩୭ ଜଣଙ୍କ ମଧ୍ୟରୁ ୯୪୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୮୮ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୫୦ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୯, କଟକରୁ ୨୫୦, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୫ ଜଣ, ଯାଜପୁରରୁ ୮୦ ଜଣ, ଝାରସୁଗୁଡ଼ାରୁ ୦୬ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୩୬ ଜଣ, କେନ୍ଦ୍ରାପଡ଼ାରୁ ୭୬ ଜଣ, କେନ୍ଦୁଝରରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୫୦ ଜଣ, କୋରାପୁଟରୁ ୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୭୫ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭୮ ଜଣ, ରାୟଗଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬୧ ଜଣ ଓ ଷ୍ଟେଟ୍ ପୁଲରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.