ରାଜ୍ୟରେ ଗୋଟିଏ ଦିନରେ ୧୬୨୯ କରୋନା ଆକ୍ରାନ୍ତ ଚିହ୍ନଟ

80

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୦୮୧୪

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୬୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୦୮୧୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୪୭୩୮୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୭୭୪୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୬୨୯ ଜଣଙ୍କ ମଧ୍ୟରୁ ୯୩୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୯୦ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୩୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୬୦, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ ଜଣ, ଗଜପତି ଜିଲ୍ଲାରୁ ୨, ଗଞ୍ଜାମରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୪ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୦୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୬ ଜଣ. କେନ୍ଦ୍ରାପଡ଼ାରୁ ୪୭ ଜଣ, କେନ୍ଦୁଝରରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ଖୋର୍ଦ୍ଧାରୁ ୫୩୨ ଜଣ, କୋରାପୁଟରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୯୬ ଜଣ, ରାୟଗଡ଼ାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୨୨ ଜଣ, ସୁନ୍ଦରଗଡ଼ରୁ ୬୧ ଜଣ ଓ ଷ୍ଟେଟ୍ ପୁଲରୁ ୧୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.