କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୩,୬୫୪ ନୂଆ ମାମଲା

62

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୩,୬୫୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୬୪୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୯୯,୪୩୬ ଥିବା ବେଳେ ବର୍ତମାନ ସୁଦ୍ଧା ୪,୨୨,୦୨୨ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୩୬,୮୫୭ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୬,୦୯,୦୦,୯୭୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Comments are closed.