ରାଜ୍ୟରେ ଗୋଟିଏ ଦିନରେ ୧୭୦୩ କରୋନା ଆକ୍ରାନ୍ତ ଚିହ୍ନଟ

52

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୭୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୪୯୩୫୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୭୪୧୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୭୦୩ ଜଣଙ୍କ ମଧ୍ୟରୁ ୯୮୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୧୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୮୬ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮୮ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୨୪୦, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୨ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୧ ଜଣ, ଯାଜପୁରରୁ ୮୫ ଜଣ, ଝାରସୁଗୁଡ଼ାରୁ ୦୫ ଜଣ, କଳାହାଣ୍ଡିରୁ ୧୨ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୧୪୯ ଜଣ, କେନ୍ଦୁଝରରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୮୬ ଜଣ, କୋରାପୁଟରୁ ୫ ଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪୩ ଜଣ ଓ ଷ୍ଟେଟ୍ ପୁଲରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.