ରାଜ୍ୟରେ ଗୋଟିଏ ଦିନରେ ୧୬୧୫ କରୋନା ଆକ୍ରାନ୍ତ ଚିହ୍ନଟ

62

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୪୧୩୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୬୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୪୧୩୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୫୧୦୪୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୭୨୬୨ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୬୧୫ ଜଣଙ୍କ ମଧ୍ୟରୁ ୯୩୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୪୨ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୨୨୯, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦ ଜଣ, ଗଜପତି ଜିଲ୍ଲାରୁ ୨, ଗଞ୍ଜାମରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୬ ଜଣ, ଯାଜପୁରରୁ ୭୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୦୨ ଜଣ, କନ୍ଧମାଳ ଜିଲ୍ଲାରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୦ ଜଣ, କେନ୍ଦୁଝରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୪୨ଜଣ, କୋରାପୁଟରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୪୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୫ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୨୩ ଜଣ, ରାୟଗଡ଼ାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ ପୁଲରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.