ରାଜ୍ୟରେ କରୋନାରେ ଆଉ ୬୫ ଜଣଙ୍କର ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
69

-ମୋଟ ମୃତ୍ୟୁ ସଂଖ୍ୟା ୫୭୬୮ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୫୭୬୮ହୋଇ ଯାଇଛି ।

ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୪ ଜଣ ଅଛନ୍ତି । ବରଗଡ ଜିଲ୍ଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାରେ ୬ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଝାରସୁଗୁଡା ଓ ସମ୍ବଲପୁୁର ଜିଲ୍ଲାରେ ୫-୫ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ, ବଲାଙ୍ଗୀର, କଟକ, ଗଂଜାମ, ଯାଜପୁର, ପୁରୀ ଜିଲ୍ଲାରେ ୩-୩ ଜଣଙ୍କ ମୃତ୍ୟୁ ଘଟିଛି । ଭଦ୍ରକ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ୨-୨ ଜଣଙ୍କର ମୃତ୍ୟୁ ଘଟିଛି । ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଂଜ ଓ ନୂଆପଡା ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Comments are closed.