ରାଜ୍ୟରେ ଗୋଟିଏ ଦିନରେ ୧୫୫୮ କରୋନା ଆକ୍ରାନ୍ତ ଚିହ୍ନଟ

69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫୬୯୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୫୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫୬୯୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୫୩୦୮୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୬୭୧୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୫୫୮ ଜଣଙ୍କ ମଧ୍ୟରୁ ୯୦୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୭୯ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯୭ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୨୪୧, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ ଜଣ, ଗଜପତି ଜିଲ୍ଲାରୁ ୨, ଗଞ୍ଜାମରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୭ ଜଣ, ଯାଜପୁରରୁ ୭୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ. କେନ୍ଦ୍ରାପଡ଼ାରୁ ୩୫ ଜଣ, କେନ୍ଦୁଝରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୭୯ଜଣ, କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୨୮ ଜଣ ଓ ଷ୍ଟେଟ୍ ପୁଲରୁ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.