ରାଜ୍ୟରେ ଗୋଟିଏ ଦିନରେ ୧୫୭୮ କରୋନା ଆକ୍ରାନ୍ତ ଚିହ୍ନଟ

76

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୫୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୫୪୯୨୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୬୩୮୪ ରହିଛି । 

ଆଜି ଚିହ୍ନଟ ହୋଇଥିବା ୧୫୭୮ ଜଣଙ୍କ ମଧ୍ୟରୁ ୯୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୩୬ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୮ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୨୧୨, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ୧୪, ଗଞ୍ଜାମରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୩ ଜଣ, ଯାଜପୁରରୁ ୭୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ. କେନ୍ଦ୍ରାପଡ଼ାରୁ ୫୧ ଜଣ, କେନ୍ଦୁଝରରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

ଖୋର୍ଦ୍ଧାରୁ ୪୩୬ଜଣ, କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ରୁ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୦୯ଜଣ, ରାୟଗଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୮ ଜଣ, ସୋନପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟ୍ ପୁଲରୁ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.