ରାଜ୍ୟରେ ଗୋଟିଏ ଦିନରେ ୧୪୩୭ କରୋନା ଆକ୍ରାନ୍ତ ଚିହ୍ନଟ

72

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୪୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮୭୦୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୫୬୮୨୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୫୮୫୮ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୪୩୭ ଜଣଙ୍କ ମଧ୍ୟରୁ ୮୩୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୦୯ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୯୦, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳ ଜିଲ୍ଲାରୁ ୧୪ ଜଣ. କେନ୍ଦ୍ରାପଡ଼ାରୁ ୪୧ ଜଣ, କେନ୍ଦୁଝରରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୦୯ଜଣ, କୋରାପୁଟରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୧୪୬ଜଣ, ରାୟଗଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟ୍ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.