ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା

70

-ଘଟଣାର ସିବିଆଇ ତଦନ୍ତ ଦାବି କଲେ ସୌମ୍ୟଙ୍କ ଭାଇ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତଦନ୍ତର ଅଗ୍ରଗତି ନେଇ ପୋଲିସର ଭୂମିକା ଉପରେ ପ୍ରଶ୍ନ ଉଠାଇଛନ୍ତି ସୌମ୍ୟଙ୍କ ଭାଇ । ସେ କହିଛନ୍ତି ଯେ, ପୋଲିସ ତଦନ୍ତ ଉପରୁ ଆମର ଭରସା ତୁଟି ଗଲାଣି । ଇତିମଧ୍ୟରେ ସୌମ୍ୟଙ୍କ ମୃତ୍ୟୁର ୨୧ ଦିନ ବିତି ଯାଇଥିଲେ ସୁଦ୍ଧା ଘଟଣାରେ ଏଯାବତ୍ ପୋଲିସ କାହାରିକୁ ଗିରଫ କରିନାହିଁ । ମାମଲାର ସିବିଆଇ ତଦନ୍ତ ହେଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିପାରିବ ।

ଏଠାରେ ଉଲ୍ଲେଖଯୋଗ୍ୟ, ନିଆଁରେ ପୋଡ଼ି ହୋଇ ଏସିଏଫ ସୌମ୍ୟରଞ୍ଜନ ଗୁରୁତର ହୋଇପଡିଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଗତ ୧୩ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା ।

Comments are closed.