ରାଜ୍ୟରେ ଗୋଟିଏ ଦିନରେ ୧୧୨୯ ଓ କରୋନା ଆକ୍ରାନ୍ତ ଚିହ୍ନଟ

69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୦୮୬୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୧୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୦୮୬୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୦୩୮୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୪୩୨୫ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୧୨୯ ଜଣଙ୍କ ମଧ୍ୟରୁ ୬୫୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୭୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୮୮ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୨ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୧୩୫, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ଗଜପତି ଜିଲ୍ଲାରୁ ଜମେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୩ ଜଣ, ଯାଜପୁରରୁ ୪୮ ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ. କେନ୍ଦ୍ରାପଡ଼ାରୁ ୬୬ ଜଣ, କେନ୍ଦୁଝରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୮୮ ଜଣ, କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩,ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.