ରାଜ୍ୟରେ ଗୋଟିଏ ଦିନରେ ୧୩୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

68

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୩୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୩୭୧୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୩୫୧୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୩୪୨ ଜଣଙ୍କ ମଧ୍ୟରୁ ୭୭୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୬୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୧୩ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୬୪, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ. କେନ୍ଦ୍ରାପଡ଼ାରୁ ୪୩ ଜଣ, କେନ୍ଦୁଝରରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୭୭ ଜଣ, କୋରାପୁଟରୁ ୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩,ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ ପୁଲରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.