ରାଜ୍ୟରେ ଗୋଟିଏ ଦିନରେ ୧୨୦୮ କରୋନା ଆକ୍ରାନ୍ତ ଚିହ୍ନଟ

49

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୪୭୩୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୪୭୩୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୫୩୭୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୩୦୦୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୩୪୨ ଜଣଙ୍କ ମଧ୍ୟରୁ ୭୦୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୦୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୯୯ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୩ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୭୩, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ ଜଣ, ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୦ ଜଣ, ଯାଜପୁରରୁ ୫୭ ଜଣ, ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୧୬ ଜଣ. କେନ୍ଦ୍ରାପଡ଼ାରୁ ୩୨ ଜଣ, କେନ୍ଦୁଝରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୯୯ ଜଣ, କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨,ପୁରୀରୁ ୫୮ ଜଣ, ରାୟଗଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୪ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ ପୁଲରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.