ରାଜ୍ୟରେ ଗୋଟିଏ ଦିନରେ ୧୦୯୬ କରୋନା ଆକ୍ରାନ୍ତ ଚିହ୍ନଟ

69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୦୯୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୬୯୨୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୨୪୮୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୦୯୬ ଜଣଙ୍କ ମଧ୍ୟରୁ ୬୩୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୮୯ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୯୨, ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୮ ଜଣ, ଯାଜପୁରରୁ ୬୮ ଜଣ, ଝାରସୁଗୁଡ଼ାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ. କେନ୍ଦ୍ରାପଡ଼ାରୁ ୩୬ ଜଣ, କେନ୍ଦୁଝରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୮୯ ଜଣ, କୋରାପୁଟରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୨୯ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨,ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.