ଅଗଷ୍ଟ ୧୬ ରୁ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା

66

ଭୁବନେଶ୍ୱର : ଆସନ୍ତା ଅଗଷ୍ଟ ୧୬ ତାରିଖ ମଧ୍ୟରେ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଗତ ବର୍ଷ ଅଗଷ୍ଟ ୨୧ ତାରିଖରେ ଯୁକ୍ତ ଦୁଇ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ଏହାର ସପ୍ତାହକ ପୂର୍ବରୁ ଆରମ୍ଭ ହେବ ବୋଲି ବିଭାଗ ନିଷ୍ପତି ନେଇଛି । ଏକ ମାସ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଆବେଦନ ପାଇଁ ସମୟ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଅପରପକ୍ଷେ, ମାଟ୍ରିକ ଅଫଲାଇନ୍ ଖାତା ଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତା ୨୦ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ । ଏଥିପାଇଁ ବୋର୍ଡ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ । ଅଫଲାଇନ୍ ପରୀକ୍ଷା ଦେଇଥିବା କୌଣସି ପିଲା ଯେପରି ଯୁକ୍ତ୨ରେ ଆଡମିଶନ ପାଇବାରୁ ବଂଚିତ ନ ହୁଅନ୍ତି ତା’ ଉପରେ ତିକ୍ଷଣ ଦୃଷ୍ଟି ରଖିଛୁ । ଏପରିକି ଆବଶ୍ୟକ ପଡ଼ିଲେ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଗୋଟିଏ ମାସ ପାଇଁ ରଖିବାକୁ ସ୍ଥିର କରିଛୁ ବୋଲି କହିଛନ୍ତି ମନ୍ତ୍ରୀ ।

ଏଥର ୫୫ ହଜାରରୁ ଅଧିକ ସିଟ ବୃଦ୍ଧି ପାଇଁ କଲେଜଗୁଡିକ ଆବେଦନ କରିଛନ୍ତି । ତେବେ ବିଜ୍ଞାନ ପାଇଁ ଲାବୋରେଟୋରୀ ସମସ୍ୟା ହୋଇପାରେ । ତେଣୁ ଏସବୁର ଭିତିଭୂମି ଯାଂଚ ଚାଲିଛି । ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମଧ୍ୟ ବୈଠକ ବସିଥିଲା । ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଂଚ ହେଉଛି । ସେମାନେ ଲାବୋରେଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଥିବା ମନ୍ତ୍ରୀ କହିଛନ୍ତି ।

Comments are closed.