ରାଜ୍ୟରେ ଗୋଟିଏ ଦିନରେ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ

69

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୦୭୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨୪୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୦୭୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୮୪୫୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୨୧୨୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୦୯୬ ଜଣଙ୍କ ମଧ୍ୟରୁ ୬୧୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୯୯ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୯ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୧୭୭, ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯ ଜଣ, ଗଜପତି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ. କେନ୍ଦ୍ରାପଡ଼ାରୁ ୩୨ ଜଣ, କେନ୍ଦୁଝରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୯୯ ଜଣ, କୋରାପୁଟରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୫ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୫୬ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨,ପୁରୀରୁ ୬୯ ଜଣ, ରାୟଗଡ଼ାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.