ରାଜ୍ୟରେ କରୋନାରେ ଆଉ ୬୯ ଜଣଙ୍କର ମୃତ୍ୟୁ

69

-ମୋଟ ମୃତ୍ୟୁ ସଂଖ୍ୟା ୬୪୩୫ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୪୩୫ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛିା ସମ୍ବଲପୁର ଜିଲ୍ଲାରୁ ୮ ଜଣ ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଲେଖାଏଁ ମୃତକ ରହିଛନ୍ତି । ଅପରପକ୍ଷରେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି । ଠିକ୍ ସେହିପରି, ଝାରସୁଗୁଡ଼ା ଜିଲ୍ଲାରୁ ୪ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Comments are closed.