ରାଜ୍ୟରେ ଗୋଟିଏ ଦିନରେ ୮୮୬ କରୋନା ଆକ୍ରାନ୍ତ ଚିହ୍ନଟ

73

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୯୫୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୯୫୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୯୯୧୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୧୧୪୮୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୮୮୬ ଜଣଙ୍କ ମଧ୍ୟରୁ ୫୧୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୨୫୩ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୨ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୮୧, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ ଜଣ, ଗଜପତି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୪ ଜଣ, ଯାଜପୁରରୁ ୬୦ ଜଣ, ଝାରସୁଗୁଡ଼ାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ. କେନ୍ଦ୍ରାପଡ଼ାରୁ ୩୩ ଜଣ, କେନ୍ଦୁଝରରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୫୩ ଜଣ, କୋରାପୁଟରୁ ୭, ମାଲକାନଗିରି ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୫ ଜଣ, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୫୩ ଜଣ, ରାୟଗଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୨ଜଣ ଓ ଷ୍ଟେଟ୍ ପୁଲରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.