କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୫,୪୯୯ନୂଆ ମାମଲା

71

ନୂଆଦିଲ୍ଲୀ :ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୫,୪୯୯ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୪୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୦୨,୧୮୮ ଥିବା ବେଳେ ବର୍ତମାନ ସୁଦ୍ଧା ୪,୨୮,୩୦୯ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୩,୭୧,୮୭୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୮,୧୭,୬୭,୨୩୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.