ରାଜ୍ୟରେ ଗୋଟିଏ ଦିନରେ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ

62

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୦୦୭୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୦୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୦୦୭୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୭୨୭୧୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୧୦୬୮୨ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୦୭୮ ଜଣଙ୍କ ମଧ୍ୟରୁ ୬୨୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୭୨ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୫ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୧୪୭, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ ଜଣ, ଗଜପତି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୮ ଜଣ, ଯାଜପୁରରୁ ୫୮ ଜଣ, ଝାରସୁଗୁଡ଼ାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୬ ଜଣ. କେନ୍ଦ୍ରାପଡ଼ାରୁ ୫୧ ଜଣ, କେନ୍ଦୁଝରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୭୨ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୫ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୫, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.