ପରକିୟା ପ୍ରୀତିକୁ ନେଇ ହତ୍ୟା

0 66

-ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଶବ ଉଦ୍ଧାର
-ଥାନାରେ ଅଭିଯୁକ୍ତର ଆତ୍ମସମର୍ପଣ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଚକାପାଦ ଥାନା ଅନ୍ତର୍ଗତ ସୁବଳିଆ ଗାଁ ନିକଟ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ଶବ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ସେଠାରେ ପଡିଥିବା ନେଇ ଆଜି ସକାଳେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ସେମାନେ ଏନେଇ ପୋଲିସକୁ ଖବର ଦେଇଥିଲେ । ମୃତ ଯୁବକଙ୍କ ନାମ ଯଶୋବନ୍ତ ବେହେରା (୩୫) । ତାଙ୍କ ଘର ଚକାପାଦ ବ୍ଲକ୍ ଅନ୍ତର୍ଗତ ବ୍ରାହ୍ମଣପାଦ ଅଂଚଳରେ ବୋଲି ଜଣାପଡିଛି । ପରକିୟା ପ୍ରୀତିକୁ ନେଇ ସେହି ଅଂଚଳର ମକରନ୍ଦ ନାୟକ ତାଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ ବୟାନ ଦେବା ସହ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି । ଚକାପାଦ ଥାନା ପୋଲିସ ଏ ସଂକ୍ରାନ୍ତରେ ଏକ ହତ୍ୟା ମାମଲା ରୁଜ୍ଜୁ କରିଛି । ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।

Leave A Reply

Your email address will not be published.