କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୮,୩୩୫ ନୂଆ ମାମଲା

76

ନୂଆଦିଲ୍ଲୀ :ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୮,୩୩୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୯୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୮୬,୧୫୧ ଥିବା ବେଳେ ବର୍ତମାନ ସୁଦ୍ଧା ୪,୨୯, ୧୭୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୭୭,୯୬୨ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୮,୫୦,୫୬,୫୦୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.