ରାଜ୍ୟରେ ଗୋଟିଏ ଦିନରେ ୧୧୦୭ କରୋନା ଆକ୍ରାନ୍ତ ଚିହ୍ନଟ

62

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୧୧୮୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୧୦୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୧୧୮୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୭୩୫୭୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୧୦୮୫୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୧୦୭ ଜଣଙ୍କ ମଧ୍ୟରୁ ୬୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୯୭ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧୩୦, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ ଜଣ, ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମର୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୩ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ. କେନ୍ଦ୍ରାପଡ଼ାରୁ ୪୨ ଜଣ, କେନ୍ଦୁଝରରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୩୯୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧, ମାଲକାନଗିରି ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୯ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ୍ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.