କରୋନାରେ ରାଜ୍ୟରେ ଆଉ ୬୭ ଜଣଙ୍କର ମୃତ୍ୟୁ

64

-ମୋଟ ମୃତ୍ୟୁ ସଂଖ୍ୟା ୬୬୯୭ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୬୯୭ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଜିଲ୍ଲାରୁ ୯ଜଣ ଓ ଯାଜପୁର ଜିଲ୍ଲାରୁ ୫ ଜଣ ମୃତ୍ୟୁବରଣ କରିଛନ୍ତି । କେନ୍ଦ୍ରାପଡା ଓ ମୟୁରଭଂଜ ଜିଲ୍ଲାରୁ ୪-୪ ଜଣ ମୃତ୍ୟୁବରଣ କରିଛ୍ତି । ଢେଂକାନାଳ ଓ ସୁବର୍ଣପୁର ଜିଲ୍ଲାରୁ ୩-୩ ଜଣ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨-୨ ଜଣ ମୃତ୍ୟୁବରଣ କରିଛନ୍ତି । ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରେ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Comments are closed.