ରାଜ୍ୟରେ ଗୋଟିଏ ଦିନରେ ୮୬୮ କରୋନା ଆକ୍ରାନ୍ତ ଚିହ୍ନଟ

74

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୫୪୩୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୫୪୩୩ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୭୮୨୪୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ସଂଖ୍ୟା ୧୦୧୮୭ ରହିଛି ।

ଆଜି ଚିହ୍ନଟ ହୋଇଥିବା ୮୬୮ ଜଣଙ୍କ ମଧ୍ୟରୁ ୫୦୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୨୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୋଳ ଜିଲ୍ଲାରୁ ୨୬, ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୩, ଭଦ୍ରକ୍ ରୁ ୧୯, ବଲାଙ୍ଗୀରରୁ ୮, ବୌଦ୍ଧରୁ ୧, କଟକରୁ ୧୫୪, ଦେବଗଡରୁ ୬, ଢେଙ୍କାନାଳରୁ ୧୫, ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିଜିଲ୍ଲାରୁ ୨, ଗଞ୍ଜାମରୁ ୩ ଜଗତସିଂହପୁରରୁ ୨୩, ଯାଜପୁରରୁ ୪୫, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୨୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନାଗିରିରୁ ୬, ମୟୁରଭଞ୍ଜରୁ ୨୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୨୧, ନୂଆପଡାରୁ ୬, ପୁରୀରୁ ୨୧, ରାୟଗଡାରୁ ୨, ସମ୍ବଲପୁରରୁ ୩୯, ସୂବର୍ଣ୍ଣପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡରୁ ୧୩ ଓ ଷ୍ଟେଟପୁଲରୁ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.